ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ଆହାତମାନଙ୍କୁ ୫୦ ହଜାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମୁମ୍ବାଇ: ମୁମ୍ବାଇରେ ପ୍ରବଳ ବର୍ଷା ହେତୁ ଦୁଇଟି ଭିନ୍ନ ସ୍ଥାନରେ ଘର ଭୁଶୁଡ଼ି ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେମ୍ବୁର ଏବଂ ମୁମ୍ବାଇର ଭିକ୍ରୋଲିରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୨ ଲକ୍ଷ ଏବଂ ଆହତମାନଙ୍କୁ ୫୦,୦୦୦ ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ୍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୁମ୍ବାଇର ଚେମ୍ବୁର ଏବଂ ବିକ୍ରୋଲିରେ କାନ୍ଥ ଭୁଶୁଡ଼ିବା କାରଣରୁ ପ୍ରାଣ ହରାଇଥିବାରୁ ସେ ଦୁଃଖିତ । ଏହି ଦୁଃଖ ସମୟରେ ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ମୋର ସମବେଦନା ରହିଛି । ଯେଉଁମାନେ ଆହତ ହୋଇଛନ୍ତି ସେମାନଙ୍କ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରୁଛି। 

Leave a Reply

Your email address will not be published.