ଅକ୍ଷୟତୃତୀୟା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଭେଟି

ନୂଆଦିଲ୍ଲୀ: କରୋନା ମହାମାରୀ ସମୟରେ ଆଜି ଚାଷୀଙ୍କୁ କିଷାନ ସମ୍ମାନ ନିଧି ଯୋଜନାର ଅଷ୍ଟମ କିସ୍ତି ମିଳିବ। ଓଡ଼ିଶା ସମେତ ଦେଶର ସାଢେ ୯ କୋଟି ଚାଷୀଙ୍କୁ ୧୯ ହଜାର କୋଟିର ଆର୍ଥିକ ରାଶି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଅର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଅକ୍ଷୟ ତୃତୀୟାର ଦିନକ ପୂର୍ବରୁ ଓଡ଼ିଶା ସମେତ ଦେଶର ସାଢେ ୯ କୋଟି ଚାଷୀ ଭାଇ ଖୁସିର ବାର୍ତ୍ତା ପାଇଛନ୍ତି । ସେଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଦିନ ୧୧ଟା ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନା ଅଧୀନରେ ଆର୍ଥିକ ଲାଭର ଅଷ୍ଟମ କିସ୍ତି ପ୍ରଦାନ କରିଛନ୍ତି ।ପିଏମ-କିଷାନ ଯୋଜନା ଅଧୀନରେ ବାର୍ଷିକ ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀ କୃଷକ ପରିବାରକୁ ତିନୋଟି ସମାନ କିସ୍ତି ଅର୍ଥାତ ପ୍ରତି ୪ ମାସରେ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଉଛି । ଏହି ଅର୍ଥ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ ହେଉଛି । ଏହି ଯୋଜନା ମାଧ୍ୟମରେ ଆଜି ସୁଦ୍ଧା

Leave a Reply

Your email address will not be published.