ଆତଙ୍କବାଦୀ-ସୁରକ୍ଷା ବାହିନୀ ମୁହାଁମୁହିଁ; ୩ଜଣ ନିହତ, ୪ଆହତ

ନୂଆଦିଲ୍ଲୀ, (ନାଗରାଜ ନ୍ୟୁଜ): ଜମ୍ମୁ କଶ୍ମୀରରେ ପୁଣି ଆତଙ୍କବାଦୀ ଓ ସୁରକ୍ଷା ବାହିନୀ ମୁହାଁମୁହିଁ ହୋଇଛନ୍ତି । ଶ୍ରୀନଗରସ୍ଥିତ ପନ୍ଥା ଛକରେ ସୁରକ୍ଷା ବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନ୍‌କାଉଣ୍ଟର ୩ ଜଣ ଆତଙ୍କବାଦ ନିହତ ହୋଇଥିଲା ବେଳେ ୪ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଆହତ ପୋଲିସ କର୍ମଚାରୀମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

କଶ୍ମୀର ଆଇଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ଗୁରୁବାର ବିଳମ୍ବିତ ରାତିରେ ସୁରକ୍ଷା ବାହିନୀ ଓ ଆତଙ୍କବାଦୀମାନଙ୍କ ମଧ୍ୟରେ ଶ୍ରୀନଗରରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ଆତଙ୍କବାଦୀ ସଂଗଠନ ‘ଜୈଶ-ଏ-ମହମ୍ମଦ’ର ଜଣେ ସଦସ୍ୟ ସୁହାଇଲ ଅହମଦ ରଥର ଓ ଅନ୍ୟ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଘଟଣାସ୍ଥଳରୁ ବନ୍ଧୁକ, ଗୁଳି ଓ ଅନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି।

Leave a Reply

Your email address will not be published.